କନକ ବ୍ୟୁରୋ : ନିର୍ବାଚନ ପାଖେଇ ଆସୁଥିବା ବେଳେ ପୁଣି ବିଜେଡି ଦୋହରାଇଲା କେନ୍ଦ୍ର ଅବହେଳା ପ୍ରସଙ୍ଗ । ସଂଘୀୟ ବ୍ୟବସ୍ଥାରେ ଓଡିଶା ଯେପରି ତାର ନ୍ୟାଯ୍ୟ ଦାବି ଯଥା ସ୍ୱତନ୍ତ୍ର ରାଜ୍ୟପାହ୍ୟା ଏପରିକି ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା ଦାବି ହାସଲ କରିବ ସେଥିପାଇଁ ଉଦ୍ୟମ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ଏହା ସହିତ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନୀରବତା ନେଇ ବୈଠକରେ ଦୁଃଖ ପ୍ରକାଶ କରାଯାଇଥିଲା । ଦାବି ପୂରଣ ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଘୋଷଣା କରାଯାଇଛି ।
କୋଇଲା ରୟାଲଟି, ସେସ୍, ପ୍ରଦାନ କ୍ଷେତ୍ରରେ ଓଡିଶାର ଦାବୀ ପୂରଣ ସହିତ ଜାତୀୟ ରାଜପଥ ଓ ରେଳବାଇ କ୍ଷେତ୍ରରେ ବିକାଶ କାର୍ଯ୍ୟ ତ୍ୱରାନିତ କରିବା ଏବଂ ଗରିବ କେନ୍ଦୁପତ୍ର ତୋଳାଳିଙ୍କ ଉପରୁ ଜିଏସଟି ବୋଝ ଦୂର କରିବା । ଖାଉଟି ଦର ବୃଦ୍ଧି ଓ ଏହା ଯୋଗୁଁ ଘର ଚଳାଇବାରେ ମହିଳାମାନେ ସମ୍ମୁଖୀନ ହେଉଥିବା କଷ୍ଟକର ପରିସ୍ଥିତି ବିଷୟରେ ଆଲୋଚନା କରାଯାଇ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସରକାରଙ୍କୁ କୁହାଯିବ ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/12/39-1.jpg)