କନକ ବ୍ୟୁରୋ : ବିଜେଡି-ବିଜେପି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଭିତରେ ଆଜି ନବୀନ ନିବାସରେ ବିଜେଡିର ବୈଠକ ଆରମ୍ଭ ହୋଇଛି । ବିଜେଡିର ବରିଷ୍ଠ ନେତାଙ୍କୁ ନେଇ ନବୀନ ନିବାସରେ ବୈଠକ ଆରମ୍ଭ ହୋଇଛି । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡିର ବରିଷ୍ଠ ନେତା ସାମିଲ ହୋଇଛନ୍ତି । ଦଳର ବରିଷ୍ଠ ନେତା ପ୍ରଦୀପ ଅମାତ, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକ, ସୁଶାନ୍ତ ରାଉତ, ସଞ୍ଜୟ ଦାସବର୍ମା, ପ୍ରଣବ ବଳବନ୍ତରାୟ, ପ୍ରତାପ ଦେବ, ଦେବୀ ମିଶ୍ର, ଟୁକୁନି ସାହୁ, ପ୍ରଫୁଲ୍ଲ ମଲ୍ଲିକ, ଜଗନ୍ନାଥ ସାରକା, ଅଶୋକ ପଣ୍ଡା, ରାଜା ସ୍ୱାଇଁ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ ମେଣ୍ଟ ନେଇ ଆଲୋଚନା ହୋଇପାରେ ବୋଲି ସୂଚନା ମିଳିଛି ।
ଅନ୍ୟପଟେ ଆଜି ସନ୍ଧ୍ୟା ୫ଟାରେ ରାଜ୍ୟ ବିଜେପି ନେତୃତ୍ୱଙ୍କ ସହ କେନ୍ଦ୍ରୀୟ ନେତୃତ୍ୱ କରିବେ ଆଲୋଚନା । ବିଜେପି ସଭାପତି ମନମୋହନ ସାମଲ, ସଙ୍ଗଠନ ସମ୍ପାଦକ, କୋର କମିଟି ସଦସ୍ୟଙ୍କୁ ଦିଲ୍ଲୀରୁ ଡାକରା ଆସିଛି । ପ୍ରାର୍ଥୀ ତାଲିକା ଘୋଷଣା ପୂର୍ବରୁ ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱଙ୍କ ସହ ନିର୍ବାଚନ ରଣନୀତି ବାବଦରେ ଆଲୋଚନା କରିବେ ଦଳର ଶୀର୍ଷ ନେତୃତ୍ୱ । ଏଥିପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ବିଜେପି ନେତା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/03/29-7.jpg)