କନକ ବ୍ୟୁରୋ : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଏହାରି ଭିତରେ ପ୍ରାଥମିକ ଟ୍ରେଣ୍ଡ ସାମ୍ନାକୁ ଆସିଛି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି । ଅଳକା ମହାନ୍ତି ୩,୫୮୯ ଭୋଟରେ ଆଗୁଆ ଅଛନ୍ତି । ବିଜେଡି ପ୍ରାର୍ଥୀଙ୍କୁ ପ୍ରଥମ ରାଉଣ୍ଡରେ ୪,୭୩୩ ଭୋଟ୍ ମିଳିଛି । ସେହିଭଳି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କୁ ୧,୧୪୪ ଭୋଟ୍ ମିଳିଛି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ୧,୦୧୪ ଭୋଟ୍ ମିଳିଛି ।
ତେବେ ଭୋଟ୍ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ୨୭୯ଟି ବୁଥ୍ ଥିବାରୁ ୨୦ ରାଉଣ୍ଡରେ ଗଣତି ଶେଷ ହେବ ବୋଲି ଜଣାପଡ଼ିଛି । ପ୍ରତି ଟେବୁଲରେ ୩ଜଣ କର୍ମଚାରୀଙ୍କୁ ଗଣିବା ପାଇଁ ନିୟୋଜିତ କରାଯାଇଛି । କାଉଂଟି ଏଜେଂଟମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ପ୍ରତି ରାଉଣ୍ଡ ପରେ ଜନସାଧାରଣଙ୍କ ଅବଗତି ନିମନ୍ତେ ମାଇକ ଯୋଗେ ଏହାକୁ ଘୋଷଣା କରାଯିବ । ଭୋଟ୍ ଗଣତି କେନ୍ଦ୍ରରେ ମିଡିଆ ସେଂଟର ମଧ୍ୟ କରାଯାଇଛି । ଭୋଟଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିଜେଡି ଦ୍ୱିତୀୟ ଥର ପାଇଁ ବିଜୟହାସଲ ପାଇଁ ଲକ୍ଷ୍ୟ ରଖିଥିବାବେଳେ କଂଗ୍ରେସ, ବିଜେପି ମଧ୍ୟ ଦେଉଛନ୍ତି କଡା ଟକ୍କର ।