ଆରମ୍ଭରୁ ବିଜେଡି ଆଗରେ: ପ୍ରଥମ ରାଉଣ୍ଡରେ ବିଜେଡି ୧,୭୧୨ ଭୋଟରେ ଆଗୁଆ

129

କନକ ବ୍ୟୁରୋ: ଚାଲିଛି ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି । ପଦ୍ମପୁରରୁ ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି । ସମସ୍ତଙ୍କୁ ପଛରେ ପକାଇ ୧,୭୧୨ ଭୋଟରେ ବିଜେଡି ପ୍ରାର୍ଥୀ ବର୍ଷା ବରିହା ଆଗରେ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବର୍ଷାଙ୍କୁ ୫ ହଜାର ୫୦୧ ଭୋଟ, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୩ ହଜାର ୭୮୯ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ସତ୍ୟ ଭୂଷଣ ସାହୁଙ୍କୁ ୨୦୬ ଭୋଟ ମିଳିଛି ।