କନକ ବ୍ୟୁରୋ: ଆଜି ବିଜେଡି ତାର ଘୋଷଣା ପତ୍ର ଜାରି କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣାପତ୍ର ଜାରି କରିଛନ୍ତି । ତେବେ ଏହି ଘୋଷଣାପତ୍ର ଭିତରେ ବିଏସକେୱାଇକାର୍ଡକୁ ନେଇ ଏକ ବଡ ଘୋଷଣା କରାଯାଇଛି । ବିଏସକେୱାଇର କାର୍ଡର ପରିସର ବୃଦ୍ଧି କରାଯିବ । ପର୍ଯ୍ୟାକ୍ରମେ ସମସ୍ତେ ବିଏସକେୱାଇ କାର୍ଡର ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣାପତ୍ରରେ କହିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର ପ୍ରମୁଖ ସ୍କିମ୍ ବିଏସକେୱାଇ ନଵୀନ କାର୍ଡ ପ୍ରବର୍ତ୍ତନ ପ୍ରାୟ ସମସ୍ତ ବର୍ଗଙ୍କୁ କଭରେଜ୍ କରିବ । ଏଥିରେ ମଧ୍ୟବିତ୍ତ, ସରକାରୀ କର୍ମଚାରୀ, ଚୁକ୍ତିଭିତ୍ତିକ ଶ୍ରମିକମାନେ ପର୍ୟ୍ୟାୟ କ୍ରମେ ଅନ୍ତର୍ଭୁକ୍ତ ହେବେ । ଆମେ ଆସନ୍ତା ୧୦ ବର୍ଷ ମଧ୍ୟରେ ସ୍ୱାସ୍ଥ୍ୟ ପାଇଁ ସର୍ବନିମ୍ନ ଖର୍ଚ୍ଚର ରାଜ୍ୟ ହୋଇପାରିବା । ଏହି ସ୍ୱାସ୍ଥ୍ୟ ନିଶ୍ଚିତତା ଆମ ଜନସଂଖ୍ୟାକୁ ସଶକ୍ତ କରିବ ଏବଂ ଆମ ରାଜ୍ୟକୁ ଆଗକୁ ବଢ଼ାଇବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2024/05/46-2.jpg)