କନକ ବ୍ୟୁରୋ : ରାଜ୍ୟ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ଆକ୍ଟିଭମୋଡକୁ ଆସିଛନ୍ତି ବିଜେଡି ବିଧାୟକମାନେ । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ, ଆଜି ସମାନ ପ୍ରସଙ୍ଗରେ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ସରକାରଙ୍କୁ ଘେରିଛନ୍ତି । ରାଜ୍ୟପାଳଙ୍କ ପୁଅ ଜଣେ ଏଏସଓଙ୍କୁ ମାଡ ମାରିବା ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ଗୃହରେ ଏନେଇ ଆଲୋଚନା କରିବାକୁ ଦାବି କରିଥିଲେ ବିରୋଧୀଦଳର ବିଧାୟକ । ଏହାକୁ ନେଇ ଗୃହ ଭିତରେ ହୋ ହାଲ୍ଲା ଦେଖିବାକୁ ମିଳିଥିଲା । ବିରୋଧୀଦଳ ବିଧାୟକମାନେ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଓଡ଼ିଆ ଅସ୍ମିତା କୁଆଡେ ଗଲା ବୋଲି ପ୍ରଶ୍ନ କରିଥିଲେ । ଏହି ହୋ ହାଲ୍ଲା ଭିତରେ ରାଜନଗର ବିଜେଡି ବିଧାୟକ ଧ୍ରୁବ ସାହୁ ବାଚସ୍ପତି ସୁରମା ପାଢୀଙ୍କ ପୋଡିୟମ ନିକଟକୁ ଯାଇ ତାଙ୍କ ମାଇକ୍ ଟାଣି ଆଣିଥିଲେ । ମାଇକଟି ତଳେ ପଡିଯିବାରୁ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି ।

Advertisment