କନକ ବ୍ୟୁରୋ: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା । ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଛନ୍ତି । ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ । ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ୍ କରିଥିଲା ଇଡି । ଏହି ସମୟରେ ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା ଇଡି ।
ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା କରିବ ଇଡି ।
/kanak/media/post_attachments/wp-content/uploads/2024/02/21-26.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)