ପୌର ନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି । ନେତାଙ୍କ କାନରେ ମନ୍ତ୍ର ଫୁଙ୍କିଲେ ନବୀନ । କହିଲେ ବିରୋଧୀଙ୍କ ଅପପ୍ରଚାର ପ୍ରତି ସତର୍କ ରୁହ...

Advertisment
ପୌର ନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି । ନେତାଙ୍କ କାନରେ ମନ୍ତ୍ର ଫୁଙ୍କିଲେ ନବୀନ । କହିଲେ ବିରୋଧୀଙ୍କ ଅପପ୍ରଚାର ପ୍ରତି ସତର୍କ ରୁହ...

କନକ ବ୍ୟୁରୋ: ସରିଲା ପଞ୍ଚାୟତ ପରୀକ୍ଷା, ଏବେ ପୌର ନିର୍ବାଚନର ବେଳ । ପଞ୍ଚାୟତ ନିର୍ବାଚନରେ ବିଜେଡିର ଅଦ୍ଭୂତପୂର୍ଣ୍ଣ ବିଜୟ ପରେ ନେତା, କର୍ମୀ, ଦଳୀୟ କର୍ମକର୍ତ୍ତାଙ୍କ ପରିଶ୍ରମ ପାଇଁ ସେମାନଙ୍କୁ ଧନ୍ୟବାଦ ଦେବା ସହ ଓଡିଶାବାସୀଙ୍କ ଏମିତି ଆଶିର୍ବାଦ ଆଗାମୀ ଦିନରେ ଓଡିଶାର ବିକାଶ ପାଇଁ ଅଧିକରୁ ଅଧିକ ପରିଶ୍ରମ କରିବାକୁ ପ୍ରେରଣା ଦେବ ବୋଲି ପୌର ନିର୍ବାଚନ ପ୍ରସ୍ତୁତି ବୈଠକରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗାମୀ ପୌର ନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ବୈଠକ । ପୌର ନିର୍ବାଚନ ସମୟରେ ମଧ୍ୟ ବିରୋଧୀ ଦଳଙ୍କର ଅପପ୍ରଚାର ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ପୌର ନିର୍ବାଚନର ସମୟ ଆସିଛି । ଆପଣ ଜାଣନ୍ତି, ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି । ମୋ ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି ଏବଂ ନିମ୍ନ ସ୍ତରର ରାଜନୀତି କରିଛନ୍ତି । କିନ୍ତୁ ଓଡିଶାବାସୀ ସେମାନଙ୍କ କଥାକୁ ଗୁରୁତ୍ବ ଦେଇନାହାନ୍ତି । ଆଗାମୀ ପୌର ନିର୍ବାଚନରେ ମଧ୍ୟ ସେମାନେ ପୁଣିଥରେ ସେହିଭଳି ଅପପ୍ରଚାର କରିବେ । ଲୋକଙ୍କ ଆଗରେ ବିରୋଧୀ ଦଳଙ୍କ ଅପପ୍ରଚାରର ମୁଖା ଖୋଲିବା ହେଉଛି ଆମ ଦଳର ପ୍ରତି କର୍ମୀ, ଭାଇଭଉଣୀ ମାନଙ୍କର ଦାୟିତ୍ବ ।

publive-image

ବିଜୁ ଜନତା ଦଳର ଆଦର୍ଶ ଓ ସହରାଞ୍ଚଳର ବିକାଶ କାର୍ଯ୍ୟ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେ ସକରାତ୍ମକ ରାଜନୀତିରେ ବିଶ୍ୱାସ କରୁ । ସ୍ୱଚ୍ଛ ଶାସନ ଏବଂ ଲୋକଙ୍କ ସଶକ୍ତିକରଣ ଆମର ହଲମାର୍କ । ସହରାଞ୍ଚଳରେରେ ଅନେକ ଭଲ କାମ ହୋଇଛି। ସହରର ଗରିବ ଲୋକଙ୍କ ପାଇଁ ଜାଗା ମିଶନ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି । ଷ୍ଟ୍ରିଟ ଲାଇଟ୍ ଠାରୁ ଆରମ୍ଭ କରି ଇନଡୋର ଷ୍ଟାଡିୟମ, ଭଲ ପିଇବା ପାଣି ଠାରୁ ଆରମ୍ଭ କରି ମିଶନ ଶକ୍ତିର ମା ମାନଙ୍କ ପାଇଁ ରୋଜଗାରର ନୂଆ ନୂଆ ସୁଯୋଗ ସୃଷ୍ଟି ହୋଇଛି । ୱାର୍ଡସ୍ତରରେ ଭିତ୍ତିଭୂମି ଓ ନାଗରିକ ସୁବିଧା ଏବଂ ଅନଲାଇନରେ ମ୍ୟୁନିସପାଲ ସେବା। ନାଗରିକ ମାନଙ୍କର କଲ୍ୟାଣକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ତିଆରି କରାଯାଇଛି । ବସ୍ତିବାସିନ୍ଦାଙ୍କ ଠାରୁ ଆରମ୍ଭ କରି ଆପାର୍ଟମେଣ୍ଟର ମାଲିକ, ମା ମାନଙ୍କ ଠାରୁ ଆରମ୍ଭ କରି ଶିଶୁ ତଥା ଯୁବସମାଜ ସମସ୍ତଙ୍କ ସଶକ୍ତିକରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ।

ଓଡିଶାବାସୀ ନକରାତ୍ମକ ରାଜନୀତିକୁ କେବେ ବି ଗ୍ରହଣ କରିବେ ନାହିଁ । ଏସବୁ କାର୍ଯ୍ୟକ୍ରମକୁ ଆମକୁ ଲୋକଙ୍କ ପାଖକୁ ନେଇଯିବାକୁ ହେବ । ବିରୋଧୀ ଦଳଙ୍କର ମିଛ ତଥା ନିମ୍ନ ରାଜନୀତିକୁ ଆମର ସକରାତ୍ମକ ତଥା ସତ୍‌ ଉଦ୍ୟମ ଜରିଆରେ ହିଁ ମୁକାବିଲା କରିବାକୁ ପଡିବ । ମୋର ପୁରା ବିଶ୍ବାସ, ଏହି ପଞ୍ଚାୟତ ନିର୍ବାଚନରେ ଆପଣମାନେ ଯେପରି କଠିନ ପରିଶ୍ରମ କରିଥିଲେ, ପୌର ନିର୍ବାଚନରେ ମଧ୍ୟ ସେହିପରି ଉଦ୍ୟମ ଜାରି ରଖିବେ । ଆମେ ପୁଣି ଥରେ ଲୋକଙ୍କ ଆସ୍ଥା ଓ ଆଶୀର୍ବାଦ ଲାଭ କରିପାରିବା ଏବଂ ବିରୋଧୀ ଦଳଙ୍କୁ ଦେଖାଇ ଦେବା ମିଛ ଓ ଛଳନାର ରାଜନୀତି ଓଡିଶାରେ କାମ କରିବ ନାହିଁ ବୋଲି ବିଧାୟକ, ସାଂସଦ, ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକଙ୍କ ସହ କଥା ହୋଇ କହିଛନ୍ତି ନବୀନ ।

publive-image

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜନୀତିର ଅର୍ଥ କେବଳ କ୍ଷମତା ନୁହେଁ। ଗୋଟିଏ ଗଣତନ୍ତ୍ରରେ ଲୋକମାନେ ହିଁ ହେଉଛନ୍ତି କ୍ଷମତାର ସ୍ରୋତ। ରାଜ୍ୟର ସବୁଠାରୁ ଦୁର୍ଗମ ଅଞ୍ଚଳରେ ରହୁଥିବା ସାଧାରଣ ଲୋକଟିର ବିଶ୍ବାସ ହେବା ଦରକାର ଯେ ବିଜୁ ଜନତା ଦଳ ସବୁବେଳେ ତାର କଲ୍ୟାଣ ଏବଂ ତାର ସଶକ୍ତିକରଣ ପାଇଁ କାମ କରୁଛି । ଏହି ବାର୍ତ୍ତାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe