କନକ ବ୍ୟୁରୋ; ରାଜ୍ୟସଭା ସହ ବିଜେଡିକୁ ବାଏ ବାଏ କଲେ ମମତା ମହନ୍ତ । ଇସ୍ତଫା ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଜଣାଇଛନ୍ତି ମମତା ମହନ୍ତ । ବିଜେଡି ସମର୍ଥନରେ ୨୦୨୦ରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ରାଜ୍ୟସଭା ସାଂସଦ ପଦ ଏବଂ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମମତା ଚିଠିରେ କହିଛନ୍ତି କି, ଆଜି ମୋର ସେବାର ଆବଶ୍ୟକତା ସେ ଦଳ ଅନୁଭବ କରୁନାହିଁ । ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ । ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଲି ।

Advertisment

ହେଲେ ରାଜ୍ୟସଭାରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେପଟେ ମମତାଙ୍କ ରାଜ୍ୟସଭା କାର୍ଯ୍ୟକାଳ ୨୦୨୬ରେ ସରିଥାନ୍ତା କିନ୍ତୁ ହଠାତ୍ ଇସ୍ତଫା ପରେ ତାଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ରହିବ ତାକୁ ନେଇ ଉତ୍କଣ୍ଠା ବଢୁଛି ।