କନକ ବ୍ୟୁରୋ : ସଂଘୀୟ ବ୍ୟବସ୍ଥାରେ ଓଡିଶା ଯେପରି ତାର ନ୍ୟାର୍ୟ୍ୟ ଦାବୀ ଯଥା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଏପରିକି ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା , ଦାବୀ ହାସଲ କରିବ ସେଥିପାଇଁ ଉଦ୍ୟମ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା .ଏହା ସହିତ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନୀରବତା ନେଇ ବୈଠକରେ ଦୁଃଖ ପ୍ରକାଶ କରାଯାଇଥିଲା ଓ ଦାବି ପୂରଣ ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଘୋଷଣା କରାଯାଇଥିଲା । କୋଇଲା ରୟାଲଟି, ସେସ୍, ପ୍ରଦାନ କ୍ଷେତ୍ରରେ ଓଡିଶା ର ଦାବୀ ପୂରଣ ସହିତ ଜାତୀୟ ରାଜପଥ ଓ ରେଳବାଇ କ୍ଷେତ୍ରରେ ବିକାଶ କାର୍ୟ୍ୟ ତ୍ୱରାନିତ କରିବା ଏବଂ ଗରିବ କେନ୍ଦୁପତ୍ର ତୋଳାଳିଙ୍କ ଉପରୁ ଜିଏସଟି ବୋଝ ଦୂର କରିବା , ଖାଉଟି ଦର ବୃଦ୍ଧି ଓ ଏହା ଯୋଗୁଁ ଘର ଚଳାଇବା ରେ ମହିଳା ମାନେ ସମ୍ମୁଖିନ ହେଉଥିବା କଷ୍ଟକର ପରିସ୍ଥିତି ବିଷୟରେ ଆଲୋଚନା କରାଯାଇ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ

Advertisment