ଏପ୍ରିଲ ୨୪ରେ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ: ହିଞ୍ଜିଳି ନିର୍ବାଚନ ମଣ୍ଡଳିରୁ ଧରିବେ ଦଳର ପ୍ରଚାର ମଙ୍ଗ

223

କନକ ବ୍ୟୁରୋ: ଆସନ୍ତା ୨୪ରୁ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ । ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ । ୨୪ ତାରିଖରେ ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବାକୁ ଥିବା ବେଳେ ୨୫ ତାରିଖରେ ରାୟଗଡ଼ାରେ ପ୍ରଚାର କରିବାର ସୂଚନା ରହିଛି । ଗତଥର ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି । ନିଜର ପାରମ୍ପରିକ ଆସନ ହିଞ୍ଜିଳି ସହ ବଲାଙ୍ଗୀର ଜିଲ୍ଲାର କଂଟାବାଞ୍ଜି ଆସନରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ।