ପଦ୍ମପୁର ଉପନିର୍ବାଚନ : ବିଜେଡିର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ; କିଏ ହେଲେ ସାମିଲ୍, କିଏ ପଡିଲେ ବାଦ୍ ?

516

କନକ ବ୍ୟୁରୋ : ପଦ୍ମପୁର ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେଡି । କ୍ୟାମ୍ପେନର ତାଲିକାରେ ୪୦ ଜଣ ରହିଛନ୍ତି । ତାଲିକାର ପ୍ରଥମରେ ସୁପ୍ରିମୋ ନବୀନ ପଟ୍ଟନାୟକ । ପ୍ରଚାର ମୈଦାନକୁ ଓହ୍ଲାଇବେ ୧୦ଜଣ ମନ୍ତ୍ରୀ । ୩ଜଣ ଅଭିନେତା ମଧ୍ୟ ଏହି ତାଲିକାରେ ରହିଛନ୍ତି । ତେବେ ତାଲିକାରୁ ବାଦ ପଡିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ, ବିଧାୟକ ପ୍ରଣବ ବଳବନ୍ତରାୟ, ଓ ବ୍ୟୋମୋକେଶ ରାୟ । କିନ୍ତୁ ଏହି ତାଲିକାରେ ସାମିଲ ମନ୍ତ୍ରୀ ସମୀର ଦାସଙ୍କୁ ସାମିଲ କରାଯାଇଛି । ସେହିପରି କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ମଧ୍ୟ ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାରେ ରଖାଯାଇଛି । ଅଭିନେତା ଅରିନ୍ଦମ ଓ ଆକାଶ ଦାସ ନାୟକ ତାଲିକାରେ ରହିଛନ୍ତି ।

ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ବ୍ୟତୀତ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ କେଶରୀ ଦେବ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସୁଶାନ୍ତ ସିଂହ, ରାଜେନ୍ଦ୍ର ଢ଼ୋଲକିଆ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ଶ୍ରୀମୟୀ ମିଶ୍ର, ସ୍ନେହାଙ୍ଗିନୀ ଛୁରିଆ,ପ୍ରତାପ ଜେନା, ଡକ୍ଟର ଅରୁଣ ସାହୁ, ରବୀନ୍ଦ୍ର କୁମାର ଜେନା, ସୁଧୀର ସାମଲ, ସାରଦା ନାୟକ, ନବ ଦାସ, ପୁଷ୍ପେନ୍ଦ୍ର ସିଂଦେଓ, କଳି‌କେଶ ନାରାୟଣ ସିଂଦେଓ, ଟୁକୁନି ସାହୁ, ରୀତା ସାହୁ, ମନୋହର ରନ୍ଧାରୀ, ବିଭୂତି ବଳବନ୍ତରାୟ, ଦେବେଶ ଆଚାର୍ଯ୍ୟ, ରମେଶ ମାଝି, ପ୍ରଶାନ୍ତ ମୁଦୁଲି, ଚନ୍ଦ୍ରସାରଥୀ ବେହେରା, ପ୍ରଦୀପ ମାଝି, ବିକ୍ରମ ପଣ୍ଡା, ଅଳକା ମହାନ୍ତି, ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ, ବ୍ରଜ କିଶୋର ପ୍ରଧାନ, ରାଜେନ୍ଦ୍ର କୁମାର ସାହୁ,  ଆକାଶ ଦାସ ନାୟକ, ସତ୍ୟବ୍ରତ ତ୍ରିପାଠୀ ଓ ଅରିନ୍ଦମ ରାୟଙ୍କ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି ।