କନକ ବ୍ୟୁରୋ : ଆରମ୍ଭ ହୋଇଛି ବିଜେଡିର ପ୍ରଶିକ୍ଷଣ ଶିବିର । ବରମୁଣ୍ଡା ପଡ଼ିଆରେ ଆୟୋଜିତ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଇଛନ୍ତି । ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେଇ ସରକାରଙ୍କ ଯୋଜନା ଓ ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ନବୀନ ଆହ୍ୱାନ ଦେଇଛନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
ସେହିପରି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ କହିଛନ୍ତି, ରାଜ୍ୟର ବିକାଶ ପାଇଁ ନବୀନ ଦିନ ରାତି କାମ କରୁଛନ୍ତି । ଏହାପରେ ଅନ୍ୟ ନେତା ଉଦବୋଧନ ଦେଇଛନ୍ତି । ଆସନ୍ତା ୨ ତାରିଖରୁ ମାସେ ବ୍ୟାପୀ ପଦଯାତ୍ରା କରିବ ବିଜେଡି । ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି । ‘ବିଜୁ ଜନତା ଦଳ-ଏକ ସାମୁହିକ ଆନ୍ଦୋଳନ’ ନାରା ଦେଇ ଏହି ତାଲିମ ଶିବିର କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ଏଥିରେ କେବଳ ରାଜ୍ୟ, ଜିଲ୍ଲା, ନଗର ଓ ବ୍ଲକର ପଦାଧିକାରୀ, ସାଂସଦ ଓ ବିଧାୟକଙ୍କୁ ଡକାଯାଇଛି । ଦିନ ତମାମ ପଦାଧିକାରୀଙ୍କୁ ବରିଷ୍ଠ ନେତାମାନେ ପ୍ରଶିକ୍ଷଣ ଦେବେ ।