ଆଖି ବୁଜିଲେ ବିଜେଡି ନେତ୍ରୀ: ପୁଅର ଗିରଫଦାରୀ ବିରୋଧରେ କରିଥିଲେ ଆତ୍ମହତ୍ୟା ଉଦ୍ୟମ; ଚିକିତ୍ସାଧିନ ଅବସ୍ଥାରେ ବ୍ରହ୍ମପୁରର ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ମୃତ୍ୟୁ

ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିରାସିନି ଢ଼ାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ

1,275

କନକ ବ୍ୟୁରୋ: ଆଖି ବୁଜିଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ବ୍ରହ୍ମପୁର ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ମୃତ୍ୟୁ ଘଟିଛି । ତେବେ ପୁଅର ଗିରଫଦାରୀକୁ ବିରୋଧ କରି ଗତ ୧୨ ତାରିଖରେ ବ୍ରହ୍ମପୁର ଏସପିଙ୍କ ଅଫିସ ଆଗରେ ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ ମିନାକ୍ଷୀ । ଯାହାଫଳରେ ନିଆଁରେ ଜଳି ତାଙ୍କ ଶରୀରର ପ୍ରାୟ ୯୫ ପ୍ରତିଶତ ଭାଗ ପୋଡିଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ , ପରେ କଟଆଖି ବୁଜିଲେ ବିଜେଡି ନେତ୍ରୀକ ମେଡିକାଲରେ ଭର୍ତ୍ତି କରାଯାଇଥିଲା ଏବଂ ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଆହୁରୀ ବିଗିଡି ଯିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଆଜି ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି ।

ଉଲ୍ଲେଖ ଥାଉ କି, ଗତ ୨୮ ତାରିଖରେ ମିନାକ୍ଷୀଙ୍କ ଘର ସମ୍ମୁଖରେ ବାଇକ ପାର୍କିଂକୁ ନେଇ ଗଣ୍ଡଗୋଳ ହୋଇଥିଲା । ଏଥିରେ ତାଙ୍କ ପୁଅ ରାଜା ମିଶ୍ରଙ୍କର ୪ ଜଣଙ୍କ ସହ ଗଣ୍ଡଗୋଳ ହୋଇଥିଲା । ଆଉ ଏହାର ଭିଡିଓ ଭାଇରାଲ ହେବା ପରେ ଉଭୟ ପକ୍ଷର ଏତଲା କ୍ରମେ ପୁଲିସ ୫ ଜଣଙ୍କୁ ଗିରଫ କରିଥିଲା । ଏନେଇ ଏସପିଙ୍କୁ ଭେଟିବାକୁ ମିନାକ୍ଷୀ ୧୨ ତାରିଖରେ ଏସପିଙ୍କ ଅଫିସକୁ ଯାଇଥିଲେ । ମାତ୍ର ଦୀର୍ଘ ସମୟ ପର୍ଯ୍ୟନ୍ତ ଦେଖାକରିନପାରିବାରୁ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇଦେଇଥିଲେ । ଏହାଦେଖି ସେଠାରେ ଉପସ୍ଥିତ ପୁଲିସ କର୍ମୀ ତାଙ୍କୁ ତୁରନ୍ତ ଉଦ୍ଧାର କରି ମେଡିକାଲିରେ ଭର୍ତ୍ତି କରିଥିଲେ । ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି ।