ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା । ବ୍ରଜନଗର ଉପ-ନିର୍ବାଚନ ପାଇଁ ପ୍ରଚାର କରିବେ ନବୀନ

453

କନକ ବ୍ୟୁରୋ : ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେଡି । ଉପ-ନିର୍ବାଚନ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବେ ଉପ-ନିର୍ବାଚନ ପ୍ରଚାର । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି । ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରଶନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ରହିଛି ।