କନକ ବ୍ୟୁରୋ : ଲୋୟର ପିଏମଜିରେ ବିଜେପିର ଆନ୍ଦୋଳନବେଳେ ହୋଇଥିବା ଖଣ୍ଡଯୁଦ୍ଧରେ ପୁଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୋଧର ଦଳ ଦେଇଥିବା ଏତଲା ପୁଲିସ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ଆଜି ରାଜ୍ୟର ସବୁ ଥାନାରେ ଏତଲା ଦେଲେ ଭାରତୀୟ ଜନତା ପାର୍ଟି ।

Advertisment

ପୋଲିସ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରି ପୋଲିସ ଡିଜି, ପୋଲିସ କମିଶନର ଏବଂ ଭୁବନେଶ୍ୱର ଡିସିପିଙ୍କ ବିରୁଦ୍ଧରେ ଖାରବେଳ, ଚନ୍ଦ୍ରଶେଖରପୁର ଓ ଏୟାରଫିଲ୍ଡ ଥାନାରେ ଏଫଆଇଆର ଦିଆଯାଇଛି । ସେହିପରି ଆସନ୍ତାକାଲି ରାଜ୍ୟର ସମସ୍ତ ଏସପି ଅଫିସ ଆଗରେ ବିଜେପି ଯୁବ ମୋର୍ଚ୍ଚା କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ଦଳ ପକ୍ଷରୁ କୁହାଯାଇଛି । ଆଉ ଯଦି ଏଫଆଇଆର ଥାନାରେ ଗ୍ରହଣ କରାନଯାଏ କୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛି ଭାରତୀୟ ଜନତା ପାର୍ଟି ।