ଲୋକସଭା ନିର୍ବାଚନ ୨୦୨୪ : ବିଜେପି ଘୋଷଣା କଲା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ପୁଣି ବାରଣାସୀରୁ ଲଢିବେ ମୋଦୀ

394

କନକ ବ୍ୟୁରୋ : ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଜେପି ତରଫରୁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରାଯାଇଛି । ଏହି କ୍ରମରେ ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ କେନ୍ଦ୍ରମନ୍ତ୍ରୀଙ୍କ ନାମ ରହିଛି ।

ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ଗତ ୨ଥ ଯାକ ପ୍ରଧାନମନ୍ତ୍ରୀ ବାରଣାସୀରୁ ବିପୁଳ ଭୋଟରେ ବିଜୟୀ ହୋଇଥିଲେ । ସେପଟେ କଂଗ୍ରେସ ଓ ସମାଜବାଦୀ ପାର୍ଟି ମଧ୍ୟରେ ହୋଇଥିବା ମେଣ୍ଟ କ୍ରମରେ ବାରଣାସୀ ସିଟ୍ କଂଗ୍ରେସ ଭାଗରେ ରହିଛି । ଅନୁମାନ କରାଯାଉଛି କି, ଉତ୍ତର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ ରାୟଙ୍କୁ ଦଳ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ପ୍ରାର୍ଥୀ କରିପାରେ ।