କନକ ବ୍ୟୁରୋ : ୨୦୨୪ରେ ବିଜେଡି ବିରୋଧରେ ଜୋରଦାର ଲଢେଇ ହେବ । ରାଜ୍ୟ ବିଜେପି ପଦାଧିକାରୀ ବୈଠକରେ ବିଜେପି ନେତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ନେତୃତ୍ୱ । ବୈଠକ ପରେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି, ବିଜେଡି ସହ କୌଣସି ମେଣ୍ଟ ନାହିଁ । ଯାହା ଦ୍ୱନ୍ଦ୍ୱ ଥିଲା ରାଜ୍ୟ ପ୍ରଭାରୀ ସୁନିଲ ବଂଶଲ ତାହା ଦୂର କରିଛନ୍ତି । ବିଜେପି କର୍ମୀ ତଥା ଲୋକଙ୍କ ମନରେ ଥିବା ବିଜେଡି-ବିଜେପି ମେଂଟ ଦୂର କରିବାକୁ ବଂଶଲ ଗୁରୁମନ୍ତ୍ରୀ ଦେଇଥିବା ସେ କହିଛନ୍ତି । ତେବେ କୌଣସି ପରିସ୍ଥିତିରେ ବଜେଡି ସହ ସାଲିସ କରିବ ନାହିଁ । ୨୦୨୪ ନିର୍ବାଚନରେ ଜୋରଦାର ଲଢେଇ ହେବ ।
୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ବଜେଡି ସହ ବିଜେପିର ଲଢେଇ ହେବ । ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ପଦାଧିକାରୀ ବୈଠକ । ଜିଲ୍ଲା ସଭାପତି ଏବଂ ପ୍ରଭାରୀଙ୍କୁ ନେଇ ବୈଠକ ହୋଇଥିଲା । ଏଥିରେ ବିଜେପି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବି.ଏଲ୍ ସନ୍ତୋଷ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ସହପ୍ରଭାରୀ ବିଜୟ ପାଲ ସିଂ ତୋମାର ଓ ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ସହ ବହୁ ବରିଷ୍ଠ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/12/Mahua-Moitra-Cash-for-Query-Row-BJP-MP-Aparajita-Sarangi-Said-Too.jpg)