କନକ ବ୍ୟୁରୋ : ଆଜି ବିଜେପିର ପ୍ରତିଷ୍ଠା ଦିବସ । ଏହି ଅବସରରେ ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିନ ୧୦ଟାରେ ମୋଦୀ ଦଳୀୟ କର୍ମୀଙ୍କୁ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ଓଡ଼ିଶାରେ ବିଜେପି ପକ୍ଷରୁ ଆରମ୍ଭ ହେବ ଗାଁ ଗାଁ ଚାଲ, ଘର ଘର ଚାଲ, ଅଭିଯାନ । ଆଜିଠାରୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏହି ଅଭିଯାନ ଚଳାଇବ ରାଜ୍ୟ ବିଜେପି । ଆମ୍ବେଦକର ଜୟନ୍ତୀ ପର୍ଯ୍ୟନ୍ତ ୯ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ ।

Advertisment