ବନ୍ଧା ହେଲେ ପ୍ରଶାନ୍ତ ଜଗଦେବ । ମହଙ୍ଗା ପଡ଼ିଲା ଇଭିଏମ ଭଙ୍ଗାରୁଜା । ଜାମିନ ନାମଞ୍ଜୁର ହେବା ପରେ ଗଲେ ଖୋର୍ଦ୍ଧା ହାଜତ ।

3,330

କନକ ବ୍ୟୁରୋ: ମହାଙ୍ଗା ପଡିଲା ବୁଥ୍ ଭିତରେ ପଶି ଇଭିଏମ ଭଙ୍ଗାରୁଜା । ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ବାନ୍ଧିଲା ପୋଲିସ । ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀଙ୍କୁ ପୋଲିସ ବିଳମ୍ବିତ ରାତିରେ ଗିରଫ କରିଛି । ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା, ଜାମିନ ନାମାଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି । ପ୍ରିଜାଇଡିଂ ଅଫିସର ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୋଲିସ ଗିରଫ କରିଛି । ଅନ୍ୟପଟେ ପ୍ରଶାନ୍ତଙ୍କ ଗିରଫଦାରୀକୁ ନେଇ ବିଜେପି କର୍ମୀ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ଏହା ପୋଲିସର ଷଡଯନ୍ତ୍ର ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ।