କନକ ବ୍ୟୁରୋ : ନିର୍ବାଚନ ପାଖେଇ ଆସୁଥିବାବେଳେ ଦିଲ୍ଲୀ ଯାଇଛନ୍ତି ରାଜ୍ୟ ବିଜେପିର ନେତା ଓ କାର୍ଯ୍ୟକତା । ଫେବ୍ର୍ରୁଆରୀ ୧୭ ଓ ୧୮ତାରିଖରେ ହେବାକୁ ଥିବା ନ୍ୟାସନାଲ କାଉନସିଲ ଓ ନ୍ୟାସନାଲ କନଭେନସନ ବୈଠକରେ ଓଡିଶା ନେତାମାନେ ଯୋଗ ଦେବେ । ବୈଠକରେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେତାମାନଙ୍କୁ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେବେ । କେମିତି ନିର୍ବାଚନ ପରିଚାଳନା କରିବେ, କେଉଁ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯିବେ ସେ ନେଇ ଟିପ୍ସ ଦେବେ । ଏହି ଦୁଇ ଦିନିଆ ବୈଠକରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, ଗୃହ ମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ନେତା ଓ କାର୍ଯ୍ୟକତାଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

Advertisment

ସାରାଦେଶରୁ ପାଖାପାଖି ୧୧ହଜାର ନେତା ଓ କର୍ମକର୍ତା ଏହି ଦୁଇ ଦିନିଆ ବୈଠକରେ ଯୋଗ ଦେବେ । ଓଡିଶାରୁ ରାଜ୍ୟ ବିଜେପି ସଭାପତିଙ୍କ ସମେତ ପାଖାପାଖି ୨୮୮ ଜଣ କର୍ମକତା ଏହି ବୈଠକରେ ପର୍ଯ୍ୟାୟକ୍ରମେ ସାମିଲ ହେବେ । ଏମାନଙ୍କ ମଧ୍ୟରେ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ସାଂସଦ ବିଧାୟକ, ରାଜ୍ୟ ପଦାଧିକାରୀ, ବିଭିନ୍ନ କମିଟି ସଦସ୍ୟ, ରାଜ୍ୟ ମୁଖପାତ୍ର, ଲୋକସଭା ପ୍ରଭାରୀ ପ୍ରମୁଖ ଯୋଗ ଦେବେ ।

୧୭ତାରିଖରେ ବିଜେପି ରାଷ୍ଟ୍ରିୟ ସଭାପତି ଜେପି ନଡ୍ଡା ଅଧିବେଶନକୁ ଉଦ୍ଦଘାଟନ କରବେ । ଏବଂ ୧୮ତାରିଖରେ ପ୍ରଧାନମନ୍ତ୍ରୀ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ରଖିବେ । ନେତା ଓ କାର୍ଯ୍ୟକର୍ତାଙ୍କୁ ପ୍ରଧାନମନ୍ତ୍ରୀ ଓ ଶୀର୍ଷ ନେତୃତ୍ୱଙ୍କ ଟିପ୍ସ, ବିଜେପିକୁ ତୃଣମୂଳ ସ୍ତରରେ ମଜବୁତ କରିବାରେ ସହାୟକ ହେବ ବୋଲି କୁହାଯାଉଛି ।