ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେପିର ବଡ ପ୍ରସ୍ତୁତି । ଆଜି ବସୁଛି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

Advertisment
ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେପିର ବଡ ପ୍ରସ୍ତୁତି । ଆଜି ବସୁଛି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

କନକ ବ୍ୟୁରୋ : ଆଜି ବସୁଛି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ରାଜ୍ୟରେ ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ । ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ ଭୁବନେଶ୍ୱର ଆସୁଛନ୍ତି । ଏହା ସହ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସହ ସମସ୍ତ ସାଂସଦ ଓ ବିଧାୟକ ରାଜ୍ୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ ଯୋଗଦେବେ । କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ପରିସ୍ଥିତି ସହ ଦଳକୁ ନିର୍ବାଚନ ମୁହାଁ କରାଇବା ପାଇଁ ରଣନୀତି ପ୍ରସ୍ତୁତ ହେବ । ମମିତା ମେହେର ହତ୍ୟାକାଣ୍ଡ, ମାହାଙ୍ଗା ହତ୍ୟାକାଣ୍ଡ, ସୌମ୍ୟରଂଜନ ଓ ପରୀ ହତ୍ୟାକାଣ୍ଡ ଘଟଣା ସଂପର୍କରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି ।

ବୁଧବାର ଦିନ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହା ପୂର୍ବରୁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ସମେତ ସାଂଗଠନିକ ପ୍ରସଙ୍ଗକୁ ନେଇ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ମହିଳା ଓ ଶିଶୁ ନିର୍ଯାତନାରେ ବୃଦ୍ଧି, ସୀମା ବିବାଦ, ବେରୋଜଗାର ସମସ୍ୟା, ବ୍ୟାପକ ନିଶା କାରବାର, ଧାନ କିଣାବିକାରେ ଚାଷୀଙ୍କୁ ଶୋଷଣ, ବିଜୁ ସ୍ମାର୍ଟ କାର୍ଡ ପ୍ରହେଳିକା, ପାନୀୟ ଜଳ ସମସ୍ୟା, ଅହେତୁକ ବିଦ୍ୟୁତ ଦର ବୃଦ୍ଧି, ରତ୍ନଭଣ୍ଡାର ଚାବି ହଜିବା ଘଟଣା ଆଦି ପ୍ରସଙ୍ଗରେ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ପଦାଧିକାରୀମାନେ ବୈଠକରେ ଚିନ୍ତା ପ୍ରକଟ କରିଥିଲେ । ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମସ୍ତ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଧାରଣ କରାଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe