କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ରାଜ୍ୟ ବିଜେପି ସାଂସଦଙ୍କ ଚିଠି : ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ଶ୍ରୀମନ୍ଦିର ଓ ସୂର୍ଯ୍ୟମନ୍ଦିରକୁ ସାମିଲ କରିବାକୁ ଦାବି

319

କନକ ବ୍ୟୁରୋ : କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେପି ସାଂସଦ । ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କକୁ ଉଲ୍ଲେଖନୀୟ ପର୍ଯ୍ୟଟନସ୍ଥଳୀ ଘୋଷଣା ଦାବି କରି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟର ସବୁ ବିଜେପି ସାଂସଦ । ଚଳିତ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଲା ସୀତାରମଣ ଦେଶର ପ୍ରମୁଖ ୧୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ସ୍ୱତନ୍ତ୍ର ବଜେଟ୍‌ ଘୋଷଣା । କେନ୍ଦ୍ର ସରକାର ଦେଶର ୧୭ଟି ଉଲ୍ଲେଖନୀୟ ପର୍ଯ୍ୟଟନସ୍ଥଳୀ ଘୋଷଣା କରିଛନ୍ତି ।  ଓଡ଼ିଶାର କୌଣସି ସ୍ଥାନ ଏଥିରେ ତାଲିକାଭୁକ୍ତ ହୋଇନାହିଁ। ଏହାକୁ ନେଇ ଓଡ଼ିଶାର ବିଜେପି ସାଂସଦମାନେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ଚିଠି ଲେଖିଛନ୍ତି ।

ସୂଚନାଯୋଗ୍ୟ ପୂର୍ବରୁ ଜୁଲାଇ ୨୬ ତାରିଖରେ ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକା ସହ ଏହି ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯିବା ନେଇ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୨୦୧୯-୨୦ ଆର୍ଥିକ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରାଯିବ ବୋଲି ଘୋଷଣା କରିଛନ୍ତି  । କେନ୍ଦ୍ର ସରକାର ଏହି ୧୭ଟି କ୍ଷେତ୍ରକୁ ମଡେଲ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯିବାର ଯୋଜନା ରଖିଛନ୍ତି ।