ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଜେପି ନଡ୍ଡାଙ୍କୁ ସ୍ୱାଗତ କଲେ ରାଜ୍ୟ ବିଜେପିର ବରିଷ୍ଠ ନେତୃତ୍ୱ

116

କନକ ବ୍ୟୁରୋ: ଓଡିଶାରେ ପହଞ୍ଚିଲେ ଜେପି ନଡ୍ଡା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସି ଓଡିଶାରେ ପହଞ୍ଚିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ବିଜେପିର ବରିଷ୍ଠ ନେତୃତ୍ୱ ତାଙ୍କୁ ସ୍ୱାଗତ କରିଛନ୍ତି । ତେବେ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ସେ ବ୍ରହ୍ମପୁର ଯିବେ । ବ୍ରହ୍ମପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ବିଜେପି ମୁଖିଆ ।

ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରୁ ସେ ଆମ୍ବପୁଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ ଆଉ ଦଳୀୟ ବିଧାୟକ ଏବଂ ସାଂସଦଙ୍କ ପାଇଁ ପ୍ରଚାର କରିବେ । ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ନଡ୍ଡା ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର, କୋରାପୁଟରୁ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ସହିତ ଜିଲ୍ଲା ସଭାପତି ଓ ଅନ୍ୟ ପଦାଧିକାରୀ ମାନେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ବ୍ରହ୍ମପୁରରେ ରାତ୍ରି ରହଣୀ ସହ ସୋମବାର ସକାଳେ ନଡ୍ଡା ଭୁବନେଶ୍ୱର ଆସି ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।