ଆଉ କିଛି ସମୟ ପରେ ବ୍ରହ୍ମପୁରରେ ପହଂଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଆମ୍ବପୁଆରେ ଦଳୀୟ କର୍ମୀଙ୍କୁ ଉଦବୋଧନ ଦେବେ ଜେପି ନଡ୍ଡା

134

କନକ ବ୍ୟୁରୋ : କିଛି ସମୟ ପରେ ଓଡ଼ିଶାରେ ପହଁଚିବେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଅପରାହ୍ନରେ ବ୍ରହ୍ମପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ କାର୍ଯ୍ୟକର୍ତାଙ୍କୁ ଗୁରୁମନ୍ତ୍ର ଦେବେ ବିଜେପି ମୁଖିଆ । ଅପରାହ୍ନ ୪ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ ଯିବେ ନଡ୍ଡା । ସାଢେ ୫ଟାରେ ଆମ୍ବପୁଆ ଠାରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗ ଦେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦଳୀୟ ବିଧାୟକ ଓ ସାଂସଦଙ୍କ ପାଇଁ ପ୍ରଚାର କରିବେ । ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତା ମାନଙ୍କୁ ନେଇ ନଡ୍ଡା ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର, କୋରାପୁଟରୁ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ସହିତ ଜିଲ୍ଲା ସଭାପତି ଓ ଅନ୍ୟ ପଦାଧିକାରୀ ମାନେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ବ୍ରହ୍ମପୁରରେ ରାତ୍ରି ରହଣୀ ସହ ସୋମବାର ସକାଳେ ନଡ୍ଡା ଭୁବନେଶ୍ୱର ଆସି ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।