କନକ ବ୍ୟୁରୋ : ଧର୍ମଶାଳା ବ୍ଳକ ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ମାମଲାକୁ ନେଇ ରାଜନୀତି ତୀବ୍ର ହେବାରେ ଲାଗିଛି । ଯାଜପୁର ଏସପି ଓ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ବହିଷ୍କାର ସହ ସିବିଆଇ ତଦନ୍ତ ଦାବିରେ ଆଜି ରାସ୍ତାକୁ ଓହ୍ଲାଇବ ବିଜେପି ମହିଳା ମୋର୍ଚ୍ଚା । ରାଜ୍ୟବ୍ୟାପି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ବିଜେପି । ଏନେଇ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପ୍ରେସମିଟ୍ କରି ପୂର୍ବରୁ ସୂଚନା ଦିଆଯାଇଥିଲା ।
ସେହିପରି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧି ଦଳ ଗ୍ରାଉଣ୍ଡ ଜିରୋରେ ତଥ୍ୟ ଅନୁସନ୍ଧାନ କରିବା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ପ୍ରଦୀପ୍ତ ନାୟକ କହିଥିଲେ, ସ୍ମିତାରାଣୀ ମୃତ୍ୟୁ ମାମଲାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନହେଲେ ବିଧାନସଭାକୁ ଅଚଳ କରି ଦିଆଯିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/05/107025333_gettyimages-1144017790.jpg)