କନକ ବ୍ୟୁରୋ: ମମିତା ହତ୍ୟା ମାମଲାକୁ ନେଇ ପଲ୍ଲୀରୁ ଦିଲ୍ଲୀ ଯାଏଁ ଆନ୍ଦୋଳନକୁ ଓହ୍ଲାଇଛି ବିଜେପି । ଆଜି ଦିଲ୍ଲୀର ପଟେଲ ଚୌକଠାରେ ବିଜେପି କର୍ମୀ ମମିତାଙ୍କ ପରିବାରକୁ ନ୍ୟାୟ ଓ ସିବିଆଇ ତଦନ୍ତ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ବିରୋଧ ପ୍ରଦର୍ଶନ କରାଯାଇଛି ।
ହାତରେ ପ୍ଲାକାର୍ଡ ଧରି ମନ୍ତ୍ରୀଙ୍କ ବିରୋଧରେ ନାରାବାଜି କରିବା ସହ ମନ୍ତ୍ରୀଙ୍କୁ ବହିଷ୍କାର କରିବାକୁ ଦାବି କରିଛନ୍ତି ବିଜେପି କର୍ମୀ । ବିଜେପିର ଏହି ପ୍ରତିବାଦ ସଭାରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର ସାମିଲ ହୋଇଥିଲେ । ମମିତା ମୃତ୍ୟୁ ମାମଲାର ସଠିକ୍ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ବିଜେପି କର୍ମୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/10/32-24.jpg)