କନକ ବ୍ୟୁରୋ: ମମିତା ହତ୍ୟା ମାମଲାକୁ ନେଇ ପଲ୍ଲୀରୁ ଦିଲ୍ଲୀ ଯାଏଁ ଆନ୍ଦୋଳନକୁ ଓହ୍ଲାଇଛି ବିଜେପି । ଆଜି ଦିଲ୍ଲୀର ପଟେଲ ଚୌକଠାରେ ବିଜେପି କର୍ମୀ ମମିତାଙ୍କ ପରିବାରକୁ ନ୍ୟାୟ ଓ ସିବିଆଇ ତଦନ୍ତ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ବିରୋଧ ପ୍ରଦର୍ଶନ କରାଯାଇଛି ।
ହାତରେ ପ୍ଲାକାର୍ଡ ଧରି ମନ୍ତ୍ରୀଙ୍କ ବିରୋଧରେ ନାରାବାଜି କରିବା ସହ ମନ୍ତ୍ରୀଙ୍କୁ ବହିଷ୍କାର କରିବାକୁ ଦାବି କରିଛନ୍ତି ବିଜେପି କର୍ମୀ । ବିଜେପିର ଏହି ପ୍ରତିବାଦ ସଭାରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର ସାମିଲ ହୋଇଥିଲେ । ମମିତା ମୃତ୍ୟୁ ମାମଲାର ସଠିକ୍ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ବିଜେପି କର୍ମୀ ।