ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତକୁ ବିଜେପିର ବିରୋଧ : କଳାପତାକା ପ୍ରଦର୍ଶନ ବେଳେ ୩୦ଜଣଙ୍କୁ ଉଠାଇନେଲା ପୋଲିସ

71

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତକୁ ବିଜେପିର ବିରୋଧ । ମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀଙ୍କୁ ବିରୋଧ କରି ମାଦିକୁନ୍ଦା ଛକରେ ବିଜେପି ପକ୍ଷରୁ କଳାପତାକା ପ୍ରଦର୍ଶନ କରାଯାଇଥିଲା । ଏହି ସମୟରେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା । ପୋଲିସ ୩୦ ଜଣ ବିଜେପି କର୍ମୀଙ୍କୁ ଉଠାଇ ନେଇଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନକରିବା ପର୍ଯ୍ୟନ୍ତ ଏଭଳି ବିରୋଧ ପ୍ରଦର୍ଶନ ଜାରି ରହିବ ବୋଲି ବିଜେପି ପକ୍ଷରୁ କୁହାଯାଇଛି । ସେହିପରି କଂଗ୍ରେସ ପକ୍ଷରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରାଯାଇଛି । ୨୦ ଜଣ କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇଛି ପୋଲିସ ।