ଆସୁଛି ଟ୍ରେଣ୍ଡ: ଓଡିଶାରେ ମ୍ୟାଜିକ୍ ନମ୍ବର ଛୁଇଁଲା ବିଜେପି । ୭୪ ଆସନରେ ଆଗୁଆ ପଦ୍ମ, ୫୧ ଆସନରେ ଆଗୁଆ ଶଙ୍ଖ ।

587

କନକ ବ୍ୟୁରୋ: ଚାଲିଛି ଭୋଟ୍ ଗଣତି, ଆସୁଛି ଟ୍ରେଣ୍ଡ । ବର୍ତ୍ତମାନ ସୁଦ୍ଧା ଟ୍ରେଣ୍ଡରେ, ରାଜ୍ୟରେ ବିଜେପି ଆଗରେ ଚାଲୁଥିବାବେଳେ, ପଛରେ ପଡିଛି ବିଜେଡି । ୧୪୭ ବିଧାନସଭା ଆସନରୁ ୧୪୧ ବିଧାନସଭା କ୍ଷେତ୍ରର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ତା ଭିତରୁ ୭୪ଟି ସିଟରେ ଆଗୁଆ ଅଛନ୍ତି ବିଜେପି ପ୍ରାର୍ଥୀ । ସେହିପରି ୫୧ ଆସନରେ ବିଜେଡି ପ୍ରାର୍ଥୀ ଏବଂ ୧୩ଟି ଆସନରେ କଂଗ୍ରେସ ପ୍ରାର୍ଥୀ ଆଗରେ ରହିଛନ୍ତି । ଘଷିପୁରା ଆସନରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ ରହିଛନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ମ୍ୟାଜିକ୍ ନମ୍ବର ଛୁଇଁଛି ବିଜେପି । ଓଡିଶାରେ ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୭୪ ଥିବାବେଳେ, ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ୭୪ ଆସନରେ ଆଗୁଆ ରହିଛି ।