ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ମରଣାନ୍ତକ ଆକ୍ରମଣ: ସହ ଯୋଗୀଙ୍କୁ ବି ବିରୋଧୀ ଗୋଷ୍ଠୀ ଆକ୍ରମଣ କରିଥିବା ଅଭିଯୋଗ

1,734

କନକ ବ୍ୟୁରୋ: ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଅଭିଳାଷ ସହ ଅନ୍ୟ ୨୦ଜଣଙ୍କୁ ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କରଞ୍ଜମାଳ ପଂଚାୟତର ଖପୁରିଆ ଛକ ନିକଟରେ ଏମାନଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏହାସହ ଗାଡି ମଧ୍ୟ ଭଙ୍ଗାରୁଜା ହୋଇଛି । ଏହି ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ୪ଜଣଙ୍କୁ ବାସୁଦେବପୁର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଏହି ଘଟଣା ପରେ ପୁଲିସ ଘଟଣାସ୍ଥଳରେ ପଂହଚି ସ୍ଥିତିକୁ ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛି । ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତେଜନା ଦେଖାଦେଇଛି ।