ଆଜି ଆସିପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା । ୩୫ ଆସନ ପାଇଁ ଘୋଷଣା ହୋଇପାରେ ପ୍ରାର୍ଥୀଙ୍କ ନାଁ ।

100

କନକ ବ୍ୟୁରୋ: ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଥିବା ବେଳେ ଆଜି ବାକି ଥିବା ଆସନରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ବିଜେପି ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି । ହେଲେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ କିଛି ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ । ମୋହନା, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, ଝରିଗାଁ, ଡାବୁଗାଁ, କୋଟପାଡ ଓ ଚିତ୍ରକୋଣ୍ଡା ବିଧାନସଭା ଆସନ ପାଇଁ ଦଳ ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହିଁ । ୩୫ ଆସନରେ ନାଁ ଘୋଷଣା ବାକି ଥିବା ବେଳେ ଆଜି ପ୍ରାର୍ଥୀ ତାଲିକା ଆସିବ ବୋଲି ଚର୍ଚ୍ଚା ହେଉଛି ।