କନକ ବ୍ୟୁରୋ: ଲୋକସଭା ନିର୍ବାଚନକୁ ନେଇ ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ମଧ୍ୟପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, ହିମାଚଳ ପ୍ରଦେଶ, ତେଲେଙ୍ଗାନା ସମେତ ଅନ୍ୟ କିଛି ରାଜ୍ୟର ପାଖାପାଖି ୧୦୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ସୋମବାର ଦିଲ୍ଲୀ ମୁଖ୍ୟାଳୟରେ ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଏହି ସମସ୍ତ ନାଁ ଉପରେ ଚୂଡାନ୍ତ ମୋହର ମାରି ସାରିଥିବା ବେଳେ କେବଳ ଘୋଷଣା ବାକି ଅଛି । ବିହାର, ତାମିଲନାଡୁ ସମେତ ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ତୃତୀୟ ପର୍ଯ୍ୟାୟରେ ଘୋଷଣା କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଏହା ପୂର୍ବରୁ ମାର୍ଚ୍ଚ ୨ରେ ପ୍ରଥମ ପର୍ଯ୍ୟାୟରେ ଦଳ ୧୯୫ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା । ଯେଉଁଥିରେ ୧୬ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ରହିଥିଲା । ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ୩୦୦ରୁ ଅଧିକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବା ସହିତ ଦଳ ଜୋରଦାର ପ୍ରଚାର ଅଭିଯାନ ଆରମ୍ଭ କରିବାକୁ ପ୍ରସ୍ତୁତି ଚଳାଇଥିବା ରାଜନୈତିକ ବିଶେଷଜ୍ଞ ମାନେ ଆକଳନ କରିଛନ୍ତି ।
ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ୧୦୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ଦଳ
/kanak/media/post_attachments/wp-content/uploads/2024/03/2-21.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)