କନକ ବ୍ୟୁରୋ : ପୋଖରୀରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର ।  ନନ୍ଦିପଦା ଥାନା ସମ୍ମୁଖ ପୋଖରୀରୁ ମୃତଦେହ ଉଦ୍ଧାର କରାଯାଇଛି । କନେଷ୍ଟବଳ ଜଣଙ୍କ ହେଲେ କେନ୍ଦ୍ରାପଡା ଅଞ୍ଚଳର ପ୍ରଦୀପ ନାୟକ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସର ତଦନ୍ତ ଜାରି ରହିଛି ।

Advertisment

କନେଷ୍ଟବଳ ପ୍ରଦୀପ ନାୟକ ଥାନା ବ୍ୟାରାକ୍ ରେ ରହୁଥିବାବେଳେ ଗତକାଲି ସନ୍ଧ୍ୟାରେ କେଉଁଆଡେ ଯାଇ ଆଉ ଫେରିନଥିଲେ । ସାଥୀମାନେ ତାଙ୍କୁ ଖୋଜାଖୋଜି କରିଥିଲେ ବି ତାଙ୍କ ସନ୍ଧାନ ପାଇ ନଥିଲେ । ଆଜି ସକାଳୁ ସ୍ଥାନୀୟ ଲୋକେ ପୋଖରୀରେ ଏକ ମୃତଦେହ ଭାସୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ ।

ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ସହାୟତାରେ ମୃତଦେହେ ଉଦ୍ଧାର ହେବାପରେ ମୃତକ କନେଷ୍ଟବଳ ପ୍ରଦୀପ ନାୟକ ବୋଲି ଜଣା ପଡ଼ିଥିଲା । ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ପଠାଯାଇଛି । ପ୍ରଦୀପ ୫ଦିନ ହେବେ ଛୁଟିରେ ଘରକୁ ଯାଇଥିଲେ । ଛୁଟି ସରିବାପରେ ଗତକାଲି ସେ ଥାନାକୁ ଆସିଥିଲେ ।