କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିଜନଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

295

କନକ ବ୍ୟୁରୋ : କୋରାପୁଟ ଜିଲ୍ଲା ବୋରିଗୁମ୍ମା ଠାରେ ଘଟିଥିବା ସଡକ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୩ ଜଣଙ୍କ ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଏହାସହ ଆହାତଙ୍କୁ ଉପଯୁକ୍ତ ଚିକିତ୍ସା ମାଗଣାରେ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।