କନକ ବ୍ୟୁରୋ: ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଂଚପ୍ୟାଡରୁ ସୁପରସୋନିକ କ୍ରୁଜ ମିଜାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି । ସକାଳ ୮. ୪୫ମିନିଟରେ ଏହି ପରୀକ୍ଷା କରାଯାଇଛି । ଏହି ପରୀକ୍ଷା ପାଇଁ ପ୍ରତିରକ୍ଷା ବିଭାଗ ପକ୍ଷରୁ ଚୁଡାନ୍ତ ପ୍ରସ୍ତୁତି କରାଯାଇଥିଲା । ଋଷ ଓ ଭାରତର ମିଳିତ ସହଯୋଗରେ ନିର୍ମିତ ଏହି କ୍ଷେପଣାସ୍ତ୍ରରୁ ଯେ କୌଣସି ପରିସ୍ଥିତିରେ ସ୍ଥଳଭାଗ, ଯୁଦ୍ଧ ଯାହାଜ ଓ ରେଳ ଲଂଚରରୁ ଉତକ୍ଷେପଣ କରାଯାଇପାରିବ ।

Advertisment

publive-image

ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରୁଥିବା ବ୍ରହ୍ମୋସ ମିସାଇଲରେ ଦୁଇଟି ଷ୍ଟେଜ ବିଶିଷ୍ଟ ଇଂଜିନ ବ୍ୟବହାର କରାଯାଇଛି।୩ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କ୍ଷମତା ରଖିଥିବା ଏହି କ୍ଷେପଣାସ୍ତ୍ର ସ୍ଥଳଭାଗରୁ ୪୫୦ କିଲୋମିଟର ୬୦୦ କିଲୋମିଟର ଲକ୍ଷ୍ୟଭେଦ କରିପାରୁଥିବା ବେଳେ, ବାୟୁସେନାର ଯୁଦ୍ଧ ବିମାନରୁ ୪ଶହ କିଲୋମିଟର ପର୍ଯ୍ୟନ୍ତ ଟାର୍ଗେଟ ହିଟ କରିପାରିବାର କ୍ଷମତା ରଖିଛି। ଘଣ୍ଟା ପ୍ରତି ୩ହଜାର ୪ଶହ କିଲୋମିଟରରୁ ୩ହଜାର ୭ଶହ କିଲୋମିଟର ବେଗରେ ଗତି କରିପାରୁଥିବା ସୁପର ସୋନିକ କ୍ରୁଜ଼ ମିଜାଇଲ ବ୍ରହ୍ମୋସକୁ ୨୦୦୬ ମସିହାରୁ ପ୍ରତିରକ୍ଷା ବିଭାଗରେ ବ୍ୟବହାର କରାଯାଇଛି। ଏହାର ଲମ୍ବ ୮.୪ ମିଟର, ମୋଟେଇ ୦.୬ ମିଟର ଓ ଓଜନ ୩ ହଜାର କିଲୋଗ୍ରାମ ରହିଛି |