ଜୁଲାଇ ୨୯ରେ ମାଟ୍ରିକ ରେଜଲ୍ଟ । ଏସଏମଏସ୍ ଓ ୱେବସାଇଟ୍ ଜରିଆରେ ଫଳ ଜାଣିପାରିବେ ଛାତ୍ରଛାତ୍ରୀ । ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

2,373

କନକ ବ୍ୟୁରୋ : ଅନେକ ଆଶା ଓ ଆଶଙ୍କା ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ । ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଥିବା ଅଭିଭାବକଙ୍କୁ ଆଶ୍ୱସ୍ତି । ଏସଏମଏସ୍ ଓ ୱେବସାଇଟ୍ ଜରିଆରେ ପରୀକ୍ଷା ଫଳ ଜାରଣିପାରିବେ ଛାତ୍ରଛାତ୍ରୀ । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ବାର୍ଷିକ ମାଟ୍ରିକ୍‌ ପରୀକ୍ଷା ଫଳ ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

କୋଭିଡ୍-୧୯ ଗାଇଡଲାଇନ୍ କୁ ପାଳନ କରି ଖାତାଦେଖା ପରେ ଅନେକ ଆଶା ଆଶଙ୍କାର ଅବସାନ ଘଟାଇ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଆମ୍ଫାନ୍ ଏବଂ ପରବର୍ତ୍ତୀ COVID-19 ଲକଡାଉନ୍ ଯୋଗୁଁ ଫଳାଫଳ ଘୋଷଣା ଚଳିତ ବର୍ଷ ବିଳମ୍ବ ହୋଇଥିଲା । ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଅଗଷ୍ଟ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ।

ଚଳିତ ବର୍ଷ ୫.୬ ଲକ୍ଷ ଛାତ୍ରଛାତ୍ରୀ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ଓଡ଼ିଶାରେ ୨ ହଜାର ୮୮୮ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ହୋଇଥିଲା । ୧୦୦୦ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା । ତେବେ ପରୀକ୍ଷା ପରେ ୬୦ଟି କେନ୍ଦ୍ରରେ ଖାତା ଦେଖା ଚାଲିଥିଲା। ଖାତାଦେଖା ପାଇଁ ୧୫ ହଜାର ଶିକ୍ଷକ ନିଯୁକ୍ତ ହୋଇଥିଲେ ।