ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ : ୱେବସାଇଟରେ କିମ୍ବା ଏସଏମଏସ୍ କରି ଜାଣିହେବ ପରୀକ୍ଷା ଫଳ

697

କନକ ବ୍ୟୁରୋ : ଆଜି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ । ଦିନ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟକୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା ଫଳ ଜାଣିହେବ । www.bseodisha.ac.in ୱେବସାଇଟରେ ପରୀକ୍ଷା ଫଳ ଜାଣିହେବ । ସେହିପରି ଏସ୍ଏମ୍ଏସ୍ ପାଇଁ ଓଆର୧୦ ଲେଖି ସ୍ପେସ୍ ଦେଇ ରୋଲ୍ ନମ୍ବର ଦେବାକୁ ପଡ଼ିବ ।

ଏହା ପରେ ୫୬୭୬୭୫୦କୁ ପଠାଇଲେ ରେଜଲ୍ଟ ମିଳିପାରିବ । ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ସୂଚନା ଦେଇଥିଲେ । ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା ।