ଗୃହରେ ବାରମ୍ବାର ବିରୋଧୀଙ୍କ ହଟ୍ଟଗୋଳ । ଆସନ୍ତାକାଲି ଦିନ ସାଢ଼େ ୧୦ଟା ଯାଏଁ ଗୃହ ମୁଲତବୀ ।

117
କନକ ବ୍ୟୁରୋ: ଗୃହରେ ବାରମ୍ବାର ବିରୋଧୀଙ୍କ ହଟ୍ଟଗୋଳ, ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବୀ  । ଧାନ ମଣ୍ଡି ଅବ୍ୟବସ୍ଥାକୁ ନେଇ ଗୃହ ମଝିରେ ପ୍ରତିବାଦ କଲେ ବିଜେପିର ସଦସ୍ୟବୃନ୍ଦ । ଏପରିକି ବଜେଟ୍ ଅଧିବେଶନ ନେଇ ରାଜ୍ୟପାଳଙ୍କ ଧନ୍ୟବାଦ ଅଭିଭାଷଣ ଉପରେ ଆଲୋଚନା ଚାଲୁଥିବାବେଳେ ବିଜେପି ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ । ବାରମ୍ବାର ହଟ୍ଟଗୋଳ ଏବଂ ଗୃହରେ ନାରାବାଜି ଜାରି ରହିଥିବାବେଳେ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି ।
ସେପଟେ ବିରୋଧୀ ଦଳ, କଂଗ୍ରେସ ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ହିଁ ବିରୋଧ କରିବା ଆରମ୍ଭ କରିଦେଇଥିଲା । ଏପରିକି ଦଳର ସମସ୍ତ ବିଧାୟକମାନେ କୋଟିଆ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରି ନାରାବାଜି ଦେଇଥିଲେ ପରେ କକ୍ଷତ୍ୟାଗ କରିଥିଲେ କଂଗ୍ରେସର ସଦସ୍ୟବୃନ୍ଦ ।