ଚନ୍ଦାହାଣ୍ଡି ଘାଟିରେ ଓଲଟିଲା ବସ୍ । କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ, ୩୦ରୁ ଅଧିକ ଛାତ୍ରଛାତ୍ରୀ ଆହତ

194

କନକ ବ୍ୟୁରୋ : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡିରେ ଓଲିଟିଲା ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବସ୍ । ଦୁର୍ଘଟଣାରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ୬ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ମୃତ ଶିକ୍ଷକ ହେଲେ ଉମରକୋଟ ସ୍ୱାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ଖେଳ ଶିକ୍ଷକ ପ୍ରଭାସ ଜେନା । ଆହତ ଛାତ୍ରଛାତ୍ରୀଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି । ଜିଲ୍ଲାସ୍ତରୀୟ କ୍ରୀଡ଼ାରେ ଯୋଗ ଦେବାକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଉମରକୋଟରୁ ଚନ୍ଦାହାଣ୍ଡି ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ବସ୍ । ବସରେ ଥିଲେ ୪୦ ଅଧିକ ଛାତ୍ରଛାତ୍ରୀ ।