କନକ ବ୍ୟୁରୋ: ଭଦ୍ରକ ଭଣ୍ଡାରିପୋଖରୀରେ ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ । ଘଟଣାରେ ୨୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୬ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ମେଡିକାଲରେ ଚିକିତ୍ସା ପାଇଁ ଭର୍ତି କରାଯାଇଛି । ପଶ୍ଚିମବଙ୍ଗରୁ ପୁରୀ ଯାଉଥିବା ବେଳେ ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବସ୍ ।