କନକ ବ୍ୟୁରୋ: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଅଞ୍ଚଳରେ ଏକ ଭୟଙ୍କରର ସଡକ ଦୁର୍ଘଟଣା ଘଟିଛି । ଜଣଙ୍କୁ ରକ୍ଷା କରିବାକୁ ଯାଇ ଭାରସାମ୍ୟ ହରାଇ ଏକ ବସ ଓଲଟିପଡିଛି । ବସ ଓଲଟିପଡିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ରାଜଗାଙ୍ଗପୁରରୁ ରାଉରକେଲା ଯାଉଥିବା ଏହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିଳମ୍ବିତ ରାତିରେ ଏଭଳି ଦୁର୍ଘଟଣା ଘଟିଛି । ତେବେ ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି । ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/road-accident-1.jpg)