ଭାରସାମ୍ୟ ହରାଇ କେନାଲକୁ ଖସିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଲେ ୩୫ଜଣ ଯାତ୍ରୀ

146

କନକ ବ୍ୟୁରୋ : ଭାରସାମ୍ୟ ହରାଇ କେନାଲକୁ ଖସିଲା ଯାତ୍ରୀବାହୀ ବସ । ବୌଦ୍ଧ ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ମାଧପୁର ନିକଟରେ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ସୂଚନା ଅନୁସାରେ, ଶାରଳା ନାମକ ଏକ ଘରୋଇ ବସ ଫୁଲବାଣୀରୁ ଭୁବନେଶ୍ୱର ଯାଉଥିବା ମାଧପୁର ନିକଟସ୍ଥ ୫୭ ନମ୍ବର ଜାତୀୟ ରାଜପଥ କଡ଼ରେ କେନାଲକୁ ଖସି ପଡ଼ିଥିଲା । ଗାଡ଼ିରେ ଥିବା ୩୫ ଜଣ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି । ଖବରପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅନ୍ୟ ଏକ ବସରେ ଯାତ୍ରୀଙ୍କୁ ଅନ୍ୟ ଏକ ବସ ଯୋଗେ ଗନ୍ତବ୍ୟ ସ୍ଥଳକୁ ପଠାଇଛି ।