ଆଜି ରାଜ୍ୟରେ ଗଡୁନି ଘରୋଇ ବସ୍ : ଜିଦରେ ଅଟଳ ବସ୍ ମାଲିକ ସଂଘ; ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଡାକରା

267

କନକ ବ୍ୟୁରୋ : ଆଜିଠୁ ରାଜ୍ୟରେ ଗଡୁନି ଘରୋଇ ବସ୍ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ । ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ନିଷ୍ପତି ନେଇଛି । ଆଜି ରାଜ୍ୟବ୍ୟାପୀ ୧୪ ହଜାର ଘରୋଇ ବସ ଚଳାଚଳ ବନ୍ଦ ରହିବ । ଘରୋଇ ବସ୍ ମାଲିକ ସଂଘ ସଫେଇ ରଖି କହିଛି, ଲକ୍ଷ୍ମୀ ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ପାଳନ କରିନାହାନ୍ତି ।

ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଦର କମ ରହୁଛି । ସମାନ ସମୟରେ ଲକ୍ଷ୍ମୀ ଓ ଘରୋଇ ବସ ଚଳାଚଳ କରୁଛି । ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ଗଡୁଛି । ଏହା ସରକାରଙ୍କ ପ୍ରତିଶ୍ରୁତିର ବିରୁଦ୍ଧାଚରଣ କରୁଛି ବୋଲି ସଂଘ ଅଭିଯୋଗ କରିଛି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଧର୍ମଘଟ ଘୋଷଣା କରାଯାଇଥିବାରୁ ଏହାର ସିଧାସଳଖ ପ୍ରଭାବ ସାଧାରଣ ପରିବହନ ଉପରେ ଗମ୍ଭୀର ପ୍ରଭାବ ପକାଇବ । ପୂଜା ସମୟରେ ବହୁ ଲୋକ ଯିବା ଆସିବା କରିବାକୁ ଥିବା ବେଳେ ଧର୍ମଘଟ ଏହାକୁ ଗଭୀର ଭାବେ ପ୍ରଭାବିତ କରିବ । ଫଳରେ ଯାତ୍ରୀଙ୍କୁ ହନ୍ତସନ୍ତ ହେବାକୁ ପଡ଼ିବ ।