ନିଶ୍ଚିତକୋଇଲିରେ ବସ୍-ଟ୍ରକ ମଧ୍ୟରେ ଭୟଙ୍କର ଦୁର୍ଘଟଣା । ୨ ଯାତ୍ରୀଙ୍କ ମୃତ୍ୟୁ, ୪୦ ଯାତ୍ରୀ ଆହତ ।

ନିଶ୍ଚିତକୋଇଲିରେ ବସ୍-ଟ୍ରକ ମଧ୍ୟରେ ଭୟଙ୍କର ଦୁର୍ଘଟଣା । ୨ ଯାତ୍ରୀଙ୍କ ମୃତ୍ୟୁ, ୪୦ ଯାତ୍ରୀ ଆହତ ।

କନକ ବ୍ୟୁରୋ : କଟକ-ଚାନ୍ଦବାଲି ରାସ୍ତାରେ ଭୟଙ୍କର ଦୁର୍ଘଟଣା । ନିଶ୍ଚିତକୋଇଲିର କଟରପଡା କଳା ପୋଲ ନିକଟରେ ଦଶ ଚକିଆ ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଘନ କୁହୁଡି ଯୋଗୁଁ ଦୁର୍ଘଟଣା ହୋଇଥିବା କହିଛନ୍ତି ପ୍ରତ୍ୟକ୍ଷଦର୍ଶୀ । ଚାନ୍ଦବାଲିରୁ ଆସୁଥିବା ମନୋରମା ବସ୍ ଓ କଟକ ଆଡୁ ଯାଉଥିବା ଦଶ ଚକିଆ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି ।
ବସରେ ମୋଟ ୬୦ ଜଣ ଯାତ୍ରୀ ଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି ।ଯେଉଁମାନଙ୍କ ମଧ୍ୟରେ ୨୦ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ବସ୍ ଭିତରେ ୪ ଜଣ ଫଶି ରହିଥିବା ବେଳେ ୩ ଜଣଙ୍କୁ ଉଦ୍ଧାର କରାଯାଇଛି । ଏବେ ବି ଜଣଙ୍କୁ ଉଦ୍ଧାର କରିବାକୁ ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଗ୍ୟାସ୍ କଟର ଜରିଆରେ ବସକୁ କାଟି ଗୁରୁତରଙ୍କୁ ଉଦ୍ଧାର କରିବାକୁ ପ୍ରୟାସ ଚାଲିଛି ।ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe