କନକ ବ୍ୟୁରୋ: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ହୋଇଥିବା ଜଣାପଡିଛି । ତେବେ ବଡ଼ମ୍ବା ନୟାଗଡ଼ଠାରୁ ଜୟପୁର ଅଭିମୁଖେ ଏହି ଯାତ୍ରୀବାହୀ ବସଟି ଯାଉଥିଲା । ବିଷମକଟକ ଥାନା ପୁରୀକଣା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି ବସ୍ ।
ଆଜି ଭୋର ପ୍ରାୟ ସାଢ଼େ ୩ଟା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ରାୟଗଡ଼ା ଡ଼ାକ୍ତରଖାନାକୁ ପଠାଇଛି । ଡ଼୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଘନକୁହୁଡ଼ି କାରଣରୁ ବସଟି ରାସ୍ତାର କଲଭର୍ଟକୁ ଧକ୍କା ଦେଇ ଦୁର୍ଘଟଣାର ଶିକାର ହୋଇଥିବା ପ୍ରାଥମିକ ତଦନ୍ତରୁ ଯାହା ସନ୍ଦେହ କରାଯାଉଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/16-28.jpg)
/kanak/media/post_attachments/wp-content/uploads/2021/01/8.jpeg)