କନକ ବ୍ୟୁରୋ: ପୁଣି କଲବଲ କରିବ ତାତି । ଗତ କିଛି ଦିନ ଧରି ଥଣ୍ଡା ଓ କୋହଲା ପାଗ ପରେ ଆଜି ଠାରୁ ବଢିବ ତାତି । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିରାଗ କେନ୍ଦ୍ର । ଆଜିଠାରୁ ୪ ଦିନ ଯାଏଁ ଦିନ ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ୧୭ ଓ ୧୮ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଅସମ୍ଭାଳ ହୋଇପାରେ । ୧୪ ଓ ୧୫ ତାରିଖରେ ହିଟ୍ ୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୪ ତାରିଖ ବେଳକୁ ପାଖାପାଖି ୧୧ ଜିଲ୍ଲାରେ ଉଷ୍ଣ ଆର୍ଦ୍ର ପାଣିପାଗ ସ୍ଥିତି ରହିବ । ସେହିପରି ୧୫ ତାରିଖରେ ୭ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ରହିବାର ସମ୍ଭାବନା ଥିବାରୁ ସତର୍କ କରାଇଛି ପାଣିପାଗ ବିଭାଗ ।