କନକ ବ୍ୟୁରୋ: ସୋମବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ଶେଷ ହେଉଛି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜ ଷ୍ଟାର ନେତାଙ୍କୁ ଆଣି ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରାଉଛନ୍ତି । ଯାହା ଆଜି ସଂଧ୍ୟାରେ ଶେଷ ହୋଇଯିବ ।
ଆସ୍କା, କନ୍ଧମାଳ, ବଲାଙ୍ଗୀର, ବରଗଡ଼ ଏବଂ ସୁନ୍ଦରଗଡ ଲୋକସଭା ଆସନ ସହିତ ଏହାର ଅନ୍ତର୍ଗତ ବିଧାନସଭା ଆସନ ଗୁଡିକରେ ଭୋଟ୍ ପଡିବ । ଏହି ୩୫ ବିଧାନସଭା ଆସନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିନିଧିତ୍ୱ କରୁଥିବା ଦୁଇଟି ବିଧାନସଭା ଆସନ କଂଟାବାଂଝି ଏବଂ ହିଞ୍ଜିଳି ରହିଛି । ଏହି ପର୍ଯ୍ୟାୟରେ ନବୀନ ପଟ୍ଟନାୟକ, ଜୁଏଲ ଓରାମ, ନିରଂଜନ ପୁଜାରୀ, ଦିଲ୍ଲୀପ ରାୟ, ପ୍ରଦୀପ ଅମାତ, ସଂଗୀତା ସିଂଦେଓ, ସୁରେଶ ପୁଜାରୀ, ଦିଲ୍ଲୀପ ତିର୍କୀ, ସୁଶାନ୍ତ ସିଂହ, କନକ ବର୍ଦ୍ଧନ ସିଂହଦେଓ ଭଳି ପ୍ରାର୍ଥୀ ରହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/2-34.jpg)