କନକ ବ୍ୟୁରୋ: ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର । ଆସନ୍ତା ମଙ୍ଗଳବାର ୧୦ ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ର ୯୪ଟି ଆସନରେ ଭୋଟ୍ ଗ୍ରହଣ ହେବ । ତୃତୀୟ ପର୍ଯ୍ୟାୟରେ ଅନେକ ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଶିବରାଜ ସିଂହ ଚୌହ୍ୱାନ, ସୁପ୍ରିୟା ସୁଲେ ଓ ଡିମ୍ପଲ ଯାଦବଙ୍କ ପରି ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ କରାଯିବ । ଗୁଜରାଟ ଗାନ୍ଧୀନଗରରୁ ଲଢୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ଦ୍ୱିତୀୟ ଥର ପାଇଁ ଶାହ ଏହି ଆସନରେ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ସେହିପରି ଗୁନା ଲୋକସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ । ବିଦିଶା ଆସନରୁ ନିର୍ବାଚନ ଲଢୁଛନ୍ତି ଶିବରାଜ ସିଂହ ଚୌହ୍ୱାନ ।
ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ମତଦାନ । ଆଜି ଶେଷ ହେଉଛି ପ୍ରଚାର । ୧୦ ରାଜ୍ୟ ଏବଂ ୨ କେନ୍ଦ୍ରଶାସିତ ଅଞ୍ଚଳରେ ପଡିବ ଭୋଟ୍ ।
/kanak/media/post_attachments/wp-content/uploads/2024/05/c.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)