ମୁହାଁମୁହିଁ ହେଲେ କାର-ବାଇକ । ଦୁର୍ଘଟଣା ପରେ ଜଳିଗଲା କାର, ବାଇକ ଆରୋହୀଙ୍କ ମୃତ୍ୟୁ

156

କନକ ବ୍ୟୁରୋ : ଜଗତସିଂହପୁର ଜିଲ୍ଲାର ରଘୁନାଥପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କଟକ-ପାରାଦୀପ ରାଜ୍ୟ ରାଜପଥର ରଘୁନାଥପୁର ବଜାର ନିକଟରେ ଏକ କାର୍ ଓ ବାଇକ୍ ମୁଁହାମୁହିଁ ଧକ୍କା ହୋଇଛି। ଏହାଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି।

ଏଣେ ଦୁର୍ଘଟଣା ପରେ କାରଟି ଜଳିଯାଇଥିବା ଜଣାଯାଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।